ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବିଭାଗର ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି ।
ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।
ଚଢ଼ାଉରେ ୮ ଜଣ ଡିଏସିପି, ୩ ଜଣ ଇନ୍ସପେକ୍ଟର,୧୦ ଜଣ ଏଏସ୍ଆଇ ସମେତ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି । ରମେଶ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି ।