Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଉ ନାହାନ୍ତି ଟାଟା ଗ୍ରୁପ ଅଧ୍ୟକ୍ଷ ରତନ ଟାଟା । ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ୮୬ ବର୍ଷ ବୟସରେ ଦେହାନ୍ତ #ratantata

ଆଉ ନାହାନ୍ତି ଟାଟା ଗ୍ରୁପ ଅଧ୍ୟକ୍ଷ ରତନ ଟାଟା । ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ। ୮୬ ବର୍ଷ ବୟସରେ ଦେହାନ୍ତ. ଭାରତୀୟ ଶିଳ୍ପ ଜଗତର ଘଟିଛି ଅପୂରଣୀୟ କ୍ଷତି। ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବଦାନ୍ୟ ଶିଳ୍ପପତି ରତନ ଟାଟା। ବୟସାଧିକ୍ୟ ଜନିତ ସ୍ବାସ୍ଥ୍ୟ ସମସ୍ୟା ଲାଗି ଗତକାଲି ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଆଜି ସେ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିବାରୁ ତାଙ୍କୁ ଇଣ୍ଟେନ୍‌ସିଭ୍ କେୟାର ୟୁନିଟ୍‌ରେ ରଖାଯାଇଥିଲା। ଶତ ଚେଷ୍ଟା ସତ୍ତ୍ବେ ଟାଟାଙ୍କୁ ଡାକ୍ତରମାନେ ବଞ୍ଚାଇ ପାରିନାହାନ୍ତି। ଏଥି ସହିତ ଭାରତ ଏହାର ଜଣେ ସୁଯୋଗ୍ୟ ସନ୍ତାନଙ୍କୁ ହରାଇଛି।