୪ ଦିନ ଯାଏ ବର୍ଷିବ; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ବର: କାଳବୈଶାଖୀ ପ୍ରଭାବ ଯୋଗୁ ଆହୁରି ୪ ଦିନ ଯାଏ ବର୍ଷିବ। ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ ।

ଏ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ୬ ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବା ମଧ୍ୟ ସମ୍ଭାବନା ରହିଛି।

ଏହା ବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳୁ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମେ’ ୧ ତାରିଖ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାରେ ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି।