Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪ ଦିନ ଯାଏ ବର୍ଷିବ; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବ ଯୋଗୁ ଆହୁରି ୪ ଦିନ ଯାଏ ବର୍ଷିବ। ଆଗାମୀ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ ।

ଏ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ୬ ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବା ମଧ୍ୟ ସମ୍ଭାବନା ରହିଛି।

ଏହା ବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳୁ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମେ’ ୧ ତାରିଖ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାରେ ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories