Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଯୁଯୋମୁରା ବ୍ଲକସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ

ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ଶିଶୁଙ୍କ ଅନ୍ତର୍ନିହିତ ପ୍ରତିଭା ଅନ୍ୱେଷଣ ପାଇଁ ଯୁଯୁମୁରା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଳକସ୍ତରୀୟ ‘ସୁରଭି- ୨୦୨୪’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏବିଇଓ ସଂଯୁକ୍ତା ବେହେରାଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ମମତା ନାଏକ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଶିକ୍ଷାବିତ ରାଜେନ୍ଦ୍ର ପଣ୍ଡା ମୁଖ୍ୟ ବକ୍ତା, ସ୍କୁଲ ପରିଚାଳନା କମିଟି ସଭାପତି ସୁଧୀର ହୋତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ। ବ୍ଲକର ୧୬ଟି କ୍ଲଷ୍ଟରରୁ ୨୫୩ ଜଣ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନେ ଜିଲ୍ଲାସ୍ତରକୁ ମନୋନୀତ ହୋଇଛନ୍ତି। ଯୁଯୁମୁରା ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଜାଗର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯଶୋବନ୍ତ ସାହୁ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଶିକ୍ଷାବିତ ରାଜେନ୍ଦ୍ର ପଣ୍ଡା ମୁଖ୍ୟ ବକ୍ତା, ଅବସରପ୍ରାପ୍ତ ଶିକ୍ଷକ ଉଦିତ ଚନ୍ଦ୍ର ପାଟ୍ଟଯୋଶୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନାୟକ ମହାପାତ୍ର, ମୋ ସ୍କୁଲ ଅଭିଯାନ ସଭାପତି ଦିବ୍ୟ କିଶୋର ପ୍ରଧାନ, ଯୁଯୁମୁରା ସମିତି ସଭ୍ୟ ଜୟନ୍ତ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଶିକ୍ଷୟିତ୍ରୀ ଶ୍ରୀରୂପା ନାଏକ ମଞ୍ଚ ପରିଚାଳନା କରିଥିଲେ। ଯୁଯୁମୁରା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ମେଣ୍ଡେଲୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସିଆରସିସି, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ