Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଥାନା ଟେକାବାଡି ଅଞ୍ଚଳର ଆପିନ ପ୍ରଧାନଙ୍କ ୩ ବର୍ଷର ପୁଅ ଲିଭିଷ୍ଟାନ। ସୂଚନାନୁଯାୟୀ, ବୁଧବାର ଅପରାହ୍ନରେ ଲିଭିଷ୍ଟାନ ଖେଳୁଥିବା ସମୟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଜୋରଦାର ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଦୁର୍ଘଟଣା ଯୋଗୁ ଲିଭିଷ୍ଟାନ ବହୁ ଦୂରରେ ଛେଚି ହୋଇ ପଡିଥିଲେ। ସ୍ଥାନୀୟ ଲୋକ ଓ ପରିବାର ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡି ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା। ଏନେଇ ପରିବାର ଲୋକେ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (୧୯୪ /୨୪ ) ରୁଜୁ କରି ତଦନ୍ତ ଚଳାଇଥିବା ସହ ଦୁର୍ଘଟଣା ଘଟାଇଥିବା ଅଜଣା ଗାଡି ସନ୍ଧାନରେ ପୋଲିସ ରହିଥିବା ଆଇଆଇଆସି ରମେଶ କୁମାର ପ୍ରଧାନ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ