Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

କଳାହାଣ୍ଡି ଜିଲ୍ଲା ପ୍ରତିଷ୍ଠା ଦିବସ ପାଇଁ କୋକସରା ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ।

କଳାହାଣ୍ଡି:୨୯/୧୦
ରିପୋର୍ଟ—ସନତ କୁମାର ପ୍ରଧାନୀ
ନଭେମ୍ବର ୧ ତାରିଖ କଳାହାଣ୍ଡି ଜିଲ୍ଲା ୭୫ ତମ ପ୍ରତିଷ୍ଠା ଦିବସ ପାଳନ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ମଙ୍ଗଳବାର ଅଷ୍ଟମ ରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ କୋକସରା ବ୍ଲକ ସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ବର୍ଗ ରେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଓ କନିଷ୍ଠ ବର୍ଗ ରେ ଅଷ୍ଟମ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଙ୍କୁ ନେଇ କଳାହାଣ୍ଡି ଜିଲ୍ଲା ଅତୀତ,ବର୍ତ୍ତମାନ, ପରମ୍ପରା, କଳା ସଂସ୍କୃତି,ପର୍ବପର୍ବାଣି ଉପରେ ଡିବେଟ, ରଚନା, ସାଧାରଣ ଜ୍ଞାନ ଓ ଚିତ୍ରଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ କୁ ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ର ବିଆରସିସି ତୋଫାନ ମାଝୀ ସମେତ ବିଭିନ୍ନ କ୍ଲଷ୍ଟର ର ସିଆରସିସି ମାନେ ଉପସ୍ଥିତ ରହି ପ୍ରତିଯୋଗିତା ପରିଚାଳନା ରେ ସହଯୋଗ କରିଥିଲେ। ବ୍ଲକ ସ୍ତରରେ ଯେଉଁ ଛାତ୍ରଛାତ୍ରୀ ମାନେ ସଫଳତା ହାସଲ କରିଛି ସେମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି।