ଯାଜପୁର: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟିକା ହୋଇଥିଲେ । ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା । ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି । ସେ ବିଜୟୀ ମଧ୍ୟ ହୋଇଛନ୍ତି ।