Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଢେଙ୍କାନାଳ: ପରିବାର ସହ ଶ୍ବଶୁର ଘରକୁ ଯାଇଥିଲେ । ସେଠାରୁ ଫେରୁଥିବା ବେଳେ ବାଟରେ ଚାଲିଗଲା ଯୁବକଙ୍କ ଜୀବନ । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ହେଲେ ସନ୍ତୋଷ ପ୍ରଧାନ । ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ବାଉଁଶପାଳ ଗ୍ରାମ ନିକଟରେ । ମୃତ ସନ୍ତୋଷଙ୍କ ଘର କଙ୍କିଳି ଗାଁ ମୁଣ୍ଡାସାହିରେ ।

ଗତକାଲି ସଂନ୍ଧ୍ୟା ସମୟରେ ସନ୍ତୋଷ ନିଜ ପରିବାର ଲୋକଙ୍କ ସହ ନିଜ ଶ୍ୱଶୁର ଘର ଗୁଣ୍ଡିଚାନାଳି ଗ୍ରାମରୁ ନିଜ ଗାଁ କଙ୍କିଳି ଯାଉଥିଲେ । ଏହି ସମୟରେ ବାଉଁଶପାଳ ଗାଁ ନିକଟରେ ବାରହା ଶିକାର ପାଇଁ ବିଲରେ ବିଦ୍ୟୁତ ତାର ବିଛା ଯାଇଥିଲା । ସନ୍ତୋଷ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ସନ୍ତୋଷଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।