ଓଏଏସ ଅଫିସର ସାମ୍ୱାଦିକ ବିବାଦରେ ଆଇଜି ହିମାଂଶୁ ଲାଲଙ୍କ ତଦନ୍ତ ଆରମ୍ଭ


ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ସଦର ବିଡିଓ ଓ ସାମ୍ବାଦିକ ବିବାଦ ମାମଲାରେ ଗତକାଲି ସମ୍ବଲପୁର ଉତ୍ତରାଞ୍ଚଳ ଆଇଜି ହିଂମାଶୁ ଲାଲ ସୁବର୍ଣ୍ଣପୁରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସ୍ଥାନୀୟ ଜିଲା ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ବ୍ଲକ କର୍ମଚାରୀ ଜିଲା ସଦର ମହକୁମାର କିଛି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଘଟଣା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଆଇଜି ଏଠାରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିବା ପରେ ବ୍ଲକ ଅଞ୍ଚଳର ସମସ୍ତ ବର୍ଗର କର୍ମଚାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ପଞ୍ଚାୟତ ପ୍ରତିନିଧ୍, ବ୍ଲକର ଇଞ୍ଜିନିୟରର୍ସ ସଂଘ ଆଦି ଜିଲା ପୋଲିସ ମୁଖ୍ୟାଳୟରେ ପହଞ୍ଚି ବିଡିଓଙ୍କୁ ସମର୍ଥନରେ ମତ ଦେଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ବିଡିଓଙ୍କୁ ସମର୍ଥନ କରି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ବିଭିନ୍ନ ବର୍ଗର ସରକାରୀ କର୍ମଚାରୀ ଆଇଜିଙ୍କ ତଦନ୍ତର ସମ୍ମୁଖୀନ ହେବା ଆଲୋଚନାର ବିଷୟ ହୋଇଛି। ସେପଟେ ସାମ୍ୱାଦିକଙ୍କ ସମର୍ଥନରେ ଗତକାଲି ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଷ୍ଟେଟ ୟୁନିଅନ୍ ଅଫ୍ ଜର୍ଣ୍ଣlଲିଷ୍ଟ (ଏସୟୁଜେ) ପକ୍ଷରୁ ଆନ୍ଦୋଳନ ହୋଇଥିବା ବେଳେ ଆଜି ସୁନ୍ଦରଗଡ଼ ଜିଲ୍ଲାରେ ଉକ୍ତ ସଂଘ ପକ୍ଷରୁ ଆନ୍ଦୋଳନ ବ୍ୟାପି ଥିବା ଜଣା ପଡ଼ିଛି।

ଆନ୍ଧ୍ର ପ୍ରଦେଶ ପଥର କୁଆଁରୀ ବିସ୍ପୋରଣରେ ପ୍ରାଣ ହରାଇଥିବା ଗଜପତି ଜିଲ୍ଲାର ୨ ପରିବାରକୁ ଭେଟିଲେ ବିଜେଡ଼ି ନେତାପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ. ମୃତ୍ୟୁବରଣ ପରିବାରକୁ ସମବେଦନା ଜଣାଇବା ସହ ଆବଶ୍ୟକ ସରକାରୀ ସାହାର୍ଯ୍ୟ ଦାବି ନେଇ ଗଜପତି ଜିଲ୍ଲାର ବିଜେଡି ନେତାମାନେ ମୃତ ପରିବାରକୁ ଭେଟି ସରକାରଙ୍କୁ ଦାବି ଜଣାଇଛନ୍ତି. ଘଟଣାରୁ ପ୍ରକାଶ, ଗତ ୩ତାରିଖ ଦିନ ଆନ୍ଧ୍ରପ୍ରଦେଶର ଏକ ପଥର କୁଆଁରୀ ବିସ୍ପୋରଣ ସମୟରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା. ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ ଜଣ ଓ ଗଜପତି ଜିଲ୍ଲାର ୨ଜଣ ରହିଛନ୍ତି. ଉକ୍ତ ଖବର ପାଇ ପାରଳା ବିଧାୟକ ଇଂ ରୁପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଚନ୍ଦ୍ରଗିରି ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଗଜପତି ଜିଲ୍ଲା ମୋହନା ବ୍ଳକର ଦୁଇ ମୃତକ ଭାସ୍କର ବିଷୋୟୀ ଓ ଟୁକୁନା ଦଳାଇଙ୍କ ମୃତ ପରିବାରଙ୍କ ଘରେ ପହଞ୍ଚି ସେମାନଙ୍କୁ ସାନ୍ତ୍ୱନା ଦେବା ସହ 2 ମୃତକଙ୍କ ଆତ୍ମାର ସଦଗତି କାମନା କରିଥିଲେ. ଏଥିସହ ଦୁଇ ପରିବାରକୁ ଆର୍ଥିକ ସହାୟତା ସହ ଆବଶ୍ୟକ ସମସ୍ତ ସୁବିଧା ସୁଯୋଗ ସରକାର ପ୍ରଦାନ କରନ୍ତୁ ବୋଲି ବିଜେଡିର ଏହି ନେତାମାନେ ଦାବି କରିଛନ୍ତି.ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଦୁଇ ମୃତ ପରିବାରର ପିଲାମାନଙ୍କୁ ପାଠ ପଢିବା ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ.