Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ୟାପୁଛି ହାଡ଼ଫୁଟି, ୩୦ରୁ ଅଧିକ ଆକ୍ରାନ୍ତ

ଗଜପତ: ମୋହନା ବ୍ଲକର ଦୁର୍ଗମ ଅଞ୍ଚଳ ଖଜୁରୀପଦା ଗାଁରେ ବ୍ୟାପିବାରେ ଲାଗିଛି ହାଡ଼ଫୁଟି । ୩୦ରୁ ଅଧିକ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ୩ ଜଣ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି । ଆକ୍ରାନ୍ତଙ୍କ ମଧ୍ୟରେ ୧୦ ଜଣ ଶିଶୁ ଅଛନ୍ତି ।

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ସମେତ ଜିଲ୍ଲା ସ୍ତରୀୟ ୯ ଜଣିଆ ଡାକ୍ତରୀ ଟିମ୍‌ ଗାଁକୁ ଯାଇ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ଏଥିସହ ଆଶା କର୍ମୀମାନେ ଗାଁକୁ ଯାଇ ଆକ୍ରାନ୍ତଙ୍କୁ ଔଷଧ ମଧ୍ୟ ବଣ୍ଟନ କରିଛନ୍ତି । କେଉଁ କାରଣ ପାଇଁ ଗାଁରେ ହାଡଫୁଟି ବ୍ୟାପୁଛି ତାର ପ୍ରକୃତ କାରଣ ଜଣାପଡ଼ିନାହିଁ।

ଜଣେ ଗ୍ରାମବାସୀ କହିଛନ୍ତି, ମାସେ ହେବ ଗାଁରେ ହାଡ଼ଫୁଟି ବ୍ୟାପିଛି । ଡାକ୍ତରୀ ଟିମ୍ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ଦେଇଛନ୍ତି । ପାଣି ପାଇଁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଛି । ଅନ୍ୟପକ୍ଷରେ ଗାଁରେ ଏବେ ସ୍ଥିତି ନିୟନ୍ତ୍ରଣ ଅଛି ବୋଲି କହିଛନ୍ତି ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l