Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହରିହର ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପରଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁ ଦିନ ସୋମବାର ପଡେ, ସେହିଦିନ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରିବାର ବିଧି ରହିଛି ।

ପୁଷ୍ପାଳକ ସେବକମାନେ ବଡ଼ ଠାକୁରଙ୍କୁ ହରିହର ବେଶରେ ଓ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଶ୍ରୀମନ୍ଦିରରେ ବଡ଼ ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ । ଆଜିଠାରୁ ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ ଆରମ୍ଭ ହେବା ସହ ବିଭିନ୍ନ ଦିନରେ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ ।