Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରସାମ୍ୟ ହରାଇ ଓଲଟିଲା ପିଆଜ ବୋଝେଇ ଟ୍ରକ୍

ବାଲେଶ୍ବର: ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଭେଲୋରା ଛକରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଡାଇଭର୍ସନକୁ ଧକ୍କା ଦେଇ ଜାତୀୟ ରାଜପଥରୁ ତଳକୁ ଓଲଟିଲା ପିଆଜ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ । ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଜି ସକାଳେ ଟ୍ରକଟି ବାଲେଶ୍ୱରରୁ ପିଆଜ ବୋଝେଇ କରି ଜଳେଶ୍ୱର ଅଭିମୁଖେ ଯାଉଥିଲା । ଏହି ସମୟରେ ଭେଲୋରା ଛକରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଡାଇଭର୍ସନକୁ ଧକ୍କା ଦେଇ ଜାତୀୟ ରାଜପଥରୁ ତଳକୁ ଓଲଟିଲା ପଡ଼ିଥିଲା ।

ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡିର ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । ଏହାସହ ଗାଡିଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories