ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ,ସମାଜ ସେବା ପାଇଁ ଯୁବ ରେଡକ୍ରସ୍ ଏକ ପ୍ରକୃଷ୍ଟ ମାଧ୍ୟମ ।


କଳାହାଣ୍ଡି:୧୩/୧୧
ଖବରଦାତା—ସନତ କୁମାର ପ୍ରଧାନୀ
ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ତ୍ରି-ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ତ୍ରିଲୋଚନ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଚେତା ପାଣି , ସ୍ବତନ୍ତ୍ର ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରଓ୍ବାନ ଓ ସମ୍ମାନିତ ଅତିଥି ଭାବେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର କୁଳସଚିବ ପିତାମ୍ବର ଭୋଇ ଯୋଗଦେଇ ଯୁବ ରେଡକ୍ରସର ମହନୀୟ ନୀତି ଓ ଆଦର୍ଶ ମାନବ ଜୀବନର ବ୍ରତ ହେବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ଜିଲ୍ଲା ଆବାହକ ସଂପାଦକ ସଞ୍ଜିବ କୁମାର ସାହୁ ଓ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ଶିବିରର ସଫଳତାର ବିଭିନ୍ନ ଦିଗ ବିଷୟରେ ଆଲୋକପାତ କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ଶଙ୍କର ଦଳାଇ ସ୍ବାଗତ ଅଭିଭାଷଣ ଓ ଡ଼. ରଜନୀକାନ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଶିବିରର ଆୟୋଜନରେ ଉଲ୍ଲେଖନୀୟ ଅବଦାନ ପାଇଁ ଯୁବ ରେଡକ୍ରସ୍ ପରାମର୍ଶଦାତା ଭବାନୀ ଶଙ୍କର ପଣ୍ଡା ଓ ମୋହନ ଚରଣ ବିଷିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶିବିରର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରୋଶନୀ ମେହେର ଓ ଶାଶ୍ବତ କୁମାର ସାହୁକୁ ପୁରସ୍କୃତ କରାଯାଇଥିଲା ଓ ଶିବିରରେ ପ୍ରଶଂସନୀୟ ସହାୟତା ପାଇଁ ଆୟୋଜକ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଉଦଯାପନୀ ସଭାରେ ସୁଶ୍ରୀ ଆଦ୍ୟାଶା ପ୍ରିୟଦର୍ଶିନୀ ଭୋଇ ମଞ୍ଚ ପରିଚାଳନା କରିଥିଲାବେଳେ ସୁଧିର କୁମାର ପଣ୍ଡା ଓ ମୋହନ ଚରଣ ବିଶି ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ବେଛାସେବୀ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ,କଣ୍ଠ ସଂଗୀତ,ନୃତ୍ୟ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ତ୍ରି-ଦିବସୀୟ ଶିବିରରେ ରେଡକ୍ରସ୍ ର ଇତିହାସ, ବିକାଶ ଓ ମୌଳିକ ନୀତି, ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା ଓ ଅଗ୍ନି ନିରାପତ୍ତା, ସାଇବର ନିରାପତ୍ତା, ସଡ଼କ ସୁରକ୍ଷା ସଚେତନତା, ମହିଳା ସଶକ୍ତିକରଣ, ସମାଜର ପରିବର୍ତ୍ତନରେ ସ୍ବେଛାସେବୀମାନଙ୍କ ଭୂମିକା, ରକ୍ତଦାନର ଆବଶ୍ୟକତା ଓ ମହତ୍ତ୍ଵ, ଯୋଗ ଓ ପ୍ରାଣାୟାମ ବିଷୟରେ ଶିକ୍ଷା ତଥା ତାଲିମ ପ୍ରଦାନ କରାଯାଇଥିଲା। ଶିବିରର ଦ୍ବିତୀୟ ଦିବସରେ ଆୟୋଜିତ ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୫୮ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଏହି ଶିବିରରେ ବିଭିନ୍ନ ମହାବିଦ୍ୟାଳୟରୁ ୧୩୦ଜଣ ସ୍ବେଚ୍ଛାସେବୀ ଓ ପରାମର୍ଶଦାତା ଅଂଶ ଗ୍ରହଣ କରିଥିଲେ। ଶିବିର ଆୟୋଜନରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥଲେ।