ଆଠଗଡ଼: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତି ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନୀତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା ।
ହଜାର ହଜାର ଶ୍ରଦ୍ଧାଳୁଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ୱରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି । ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା ।
ଆଜି ମଧ୍ୟରାତ୍ରରେ ଗଜଭୋଗ ଲାଗି ହେବା ପରେ ତାହାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିତରଣ କରାଯିବ । ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ପୀଠରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।