Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି ।

ଉପଜିଲ୍ଲାପାଳ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ଚଢ଼ାଉ କରିଛି । ୧୦ ଜଣ ଡିଏସପି ଓ ୨ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ