Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବରଫ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ଜଟଣୀ ରାଜା ବଜାରରେ ଥିବା ବରଫ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ପହଞ୍ଚି ନିଆଁକୁ ଅୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନଥିବା ଜଣାପଡିଛି ।

ଆଜି ଭୋର ସମୟରେ ବରଫ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇଥିଲା । ନିଆଁରେ ଆଇସ୍ କମ୍ପେସର୍ ସହ ଏକାଧିକ ସାମଗ୍ରୀ ମଧ୍ୟ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଏଥିସହ ଏକ ବାଇକ୍ ମଧ୍ୟ ଜଳି ଯାଇଥିବା ଜଣାପଡ଼ିଛି । ଫ୍ୟାକ୍ଟ୍ରିରେ କିପରି ନିଆଁ ଲାଗିଲା ଜଣାପଡ଼ିନାହିଁ । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ