ସ୍ବାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ମହାନଦୀ ଧାରାର ସଫଳତା


ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ସଂସ୍କୃତି ଭବନ ଠାରେ ନେହେରୁ ଯୁବକେନ୍ଦ୍ର ତରଫରୁ ସ୍ବାଧିନତାର ଅମୃତ ମହୋତ୍ସବ ଉପଲକ୍ଷେ ଯୁବ ଉତ୍ସବ @୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେଠାରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନର ଅନେକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ସେଥି ମଧ୍ୟରୁ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ମହାନଦୀ ଧାରାର ଛାତ୍ରଛାତ୍ରୀ ମଧ୍ୟ ଅଂଶଗ୍ରହଣ କରି ବିଶେଷ ସଫଳତା ହାସଲ କରିଛନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ପାଞ୍ଚ ଜଣ ଛାତ୍ରୀ ସ୍ମୃତି ସାଗରିକା, ପାୟଲ, ତୁଳସୀ, ମନିଷା, ପୂଜା, ପ୍ରମୁଖ ଅଂଶଗ୍ରହଣ କରି ଦ୍ଵିତୀୟ ସ୍ଥାନରେ ବିଜେତା ହୋଇଛନ୍ତି। ସେହିପରି ଯୁକ୍ତ ଦୁଇ କଳା ଦ୍ବିତୀୟ ବର୍ଷର ଛାତ୍ର ଅଙ୍କୁଶ କୁମାର ସାହୁ ବିଜ୍ଞାନ ମେଳା ପ୍ରତିଯୋଗିତାରେ ଦ୍ଵିତୀୟ ସ୍ଥାନରେ ବିଜେତା ହୋଇଥିବା ବେଳେ ଯୁକ୍ତ ତିନି କଳା ତୃତୀୟ ବର୍ଷର ଛାତ୍ରୀ ପୂର୍ଣ୍ଣିମା ପ୍ରଧାନ ତୃତୀୟ ସ୍ଥାନରେ ବିଜେତା ହୋଇଛନ୍ତି। କବିତା ପ୍ରତଯୋଗିତାରେ ଉତ୍କଳିକା ମିଶ୍ର ପ୍ରଥମ ସ୍ଥାନ ପ୍ରାପ୍ତ କରି ରାଜ୍ୟ ସ୍ତରୀୟ ଯୁବ ଉତ୍ସବରେ ଯୋଗ ଦେବାପାଇଁ ମନୋନୀତ ହୋଇଛନ୍ତି। ସେହିପରି ବକୃତା ପ୍ରତିଯୋଗିତାରେ ସୃଷ୍ଟି ଅନ୍ୟାନ୍ୟ ସାହୁ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମହାନଦୀ ଧାରା ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଏପରି ସଫଳତା ନିମନ୍ତେ ସେମାନଙ୍କୁ ସବୁ ମହଲରୁ ଅଭିନନ୍ଦନ ତଥା ପ୍ରଶଂସା ମିଳିଛି। ମହାନଦୀ ଧାରା ଯେ କେବଳ ଶିକ୍ଷା କ୍ଷେତ୍ରରେ ନାମ କରିଛନ୍ତି ତାହା ନୁହେଁ ବରଂ ନେହେରୁ ଯୁବ କେନ୍ଦ୍ର କାର୍ଯ୍ୟକ୍ରମରେ ସଫଳତା ଅର୍ଜନ କରୀ ମହାନଦୀ ଧାରା ପାଇଁ ଗୌରବ ଆଣିଛି।

ଆନ୍ଧ୍ର ପ୍ରଦେଶ ପଥର କୁଆଁରୀ ବିସ୍ପୋରଣରେ ପ୍ରାଣ ହରାଇଥିବା ଗଜପତି ଜିଲ୍ଲାର ୨ ପରିବାରକୁ ଭେଟିଲେ ବିଜେଡ଼ି ନେତାପାରଳାଖେମୁଣ୍ଡି:୬/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୨ ଜଣ ଶ୍ରମିକ ଆନ୍ଧ୍ରର ଏକ ପଥର କୁଆଁରୀ ବିସ୍ପୋରଣରେ ମୃତ୍ୟୁବରଣ କରିଥିଲେ. ମୃତ୍ୟୁବରଣ ପରିବାରକୁ ସମବେଦନା ଜଣାଇବା ସହ ଆବଶ୍ୟକ ସରକାରୀ ସାହାର୍ଯ୍ୟ ଦାବି ନେଇ ଗଜପତି ଜିଲ୍ଲାର ବିଜେଡି ନେତାମାନେ ମୃତ ପରିବାରକୁ ଭେଟି ସରକାରଙ୍କୁ ଦାବି ଜଣାଇଛନ୍ତି. ଘଟଣାରୁ ପ୍ରକାଶ, ଗତ ୩ତାରିଖ ଦିନ ଆନ୍ଧ୍ରପ୍ରଦେଶର ଏକ ପଥର କୁଆଁରୀ ବିସ୍ପୋରଣ ସମୟରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା. ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ ଜଣ ଓ ଗଜପତି ଜିଲ୍ଲାର ୨ଜଣ ରହିଛନ୍ତି. ଉକ୍ତ ଖବର ପାଇ ପାରଳା ବିଧାୟକ ଇଂ ରୁପେଶ ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଚନ୍ଦ୍ରଗିରି ଜୋନ ଜିଲ୍ଲା ପରିଷଦ ସଭ୍ୟ ସୁନିଲ ବିଷୋୟୀ ପ୍ରମୁଖ ଗଜପତି ଜିଲ୍ଲା ମୋହନା ବ୍ଳକର ଦୁଇ ମୃତକ ଭାସ୍କର ବିଷୋୟୀ ଓ ଟୁକୁନା ଦଳାଇଙ୍କ ମୃତ ପରିବାରଙ୍କ ଘରେ ପହଞ୍ଚି ସେମାନଙ୍କୁ ସାନ୍ତ୍ୱନା ଦେବା ସହ 2 ମୃତକଙ୍କ ଆତ୍ମାର ସଦଗତି କାମନା କରିଥିଲେ. ଏଥିସହ ଦୁଇ ପରିବାରକୁ ଆର୍ଥିକ ସହାୟତା ସହ ଆବଶ୍ୟକ ସମସ୍ତ ସୁବିଧା ସୁଯୋଗ ସରକାର ପ୍ରଦାନ କରନ୍ତୁ ବୋଲି ବିଜେଡିର ଏହି ନେତାମାନେ ଦାବି କରିଛନ୍ତି.ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଦୁଇ ମୃତ ପରିବାରର ପିଲାମାନଙ୍କୁ ପାଠ ପଢିବା ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ.