Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା: ମୋ ବସ୍ ସେବା ଉପରେ ପଡ଼ିବ ପ୍ରଭାବ

ଭୁବନେଶ୍ବର: ଆଜିଠୁ ରାଜଧାନୀରେ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ । ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ । ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୋଲିସ । ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଟ୍ରାଫିକ କଟକଣା ଜାରି ହୋଇଛି ।

ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ଯାଏ କଟକଣା ରହିଛି । ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ଚଳାଚଳ ବାରଣ କରାଯାଇଛି । ଏଥିପାଇଁ ମୋ ବସ ଚଳାଚଳ ବାଧାପ୍ରାପ୍ତ ହେବ । ବିଭିନ୍ନ ରୁଟରେ ମୋ ବସ ଚଳାଚଳ ବାଧାପ୍ରାପ୍ତ ହେବା ନେଇ କ୍ରୁଟ୍ ତରଫରୁ ସୂଚନା ଦିଆଯାଇଛି ।

ରୁଟ୍ ନମ୍ବର ୯,୧୦,୧୧,୧୨, AE୧, AE୨,୧୩, ୧୭, ୨୦, ୨୧, ୨୨A, ୨୩, ୨୫, ୨୬, ୨୭, ୨୮, ୩୦, ୩୧, ୩୨, ୩୬, ୩୭, ୩୮, ୩୯, ୪୦, ୪୪, ୪୬, ୪୭, ୬୪ ଏବଂ ୬୬ରେ ମୋ ବସ ଚଳାଚଳ ପ୍ରଭାବିତ ହେବ ବୋଲି କୁହାଯାଇଛି ।

ଅନ୍ୟପକ୍ଷରେ ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ । ବିଏସଏଫ ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୋଲିସ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ