Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକର ମୋହନା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ମଶାରି ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ

ପାରଳାଖେମୁଣ୍ଡି::୪/୧୧(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଳାର ଆଦିବାସୀ ଅଧ୍ୟୁଷିତ ମୋହନା ବ୍ଲକ ର ସଦର ମହକୁମା ମୋହନା ଠାରେ ଥିବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ୩/୧୨ରୁ ଆରମ୍ଭ ହୋଇଥିବା ମଶାରି ବଣ୍ଟନ କାର୍ଯ୍ୟକ୍ରମ ୧୭/୧୨ରେ ଶେଷ ହେବ। ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ମୋହନା ବ୍ଲକର ୩୯ଟି ପଞ୍ଚାୟତରେ ବସବାସ କରୁଥିବା ୯୩ ହଜାର ୯୮୬ ହିତାଧିକାରୀ ପାଇବେ ମଶାରି । ଏହି ପରିପେକ୍ଷୀରେ ଆଜି ମୋହନା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ଏବିଡ଼ିଓ ରମାକାନ୍ତ ଚୌଧୁରୀ, ମୁଖ୍ୟବକ୍ତା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ଼. ଜୟ କୁମାର ପଣ୍ଡା ଓ ସମ୍ମାନୀତ ଅତିଥିଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ନରେନ୍ଦ୍ର କୁମାର ବେହେରା, ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ସବିତା ପଟ୍ଟନାୟକ,ବନପାଳ ଦେବାଶିଷ୍ ଶତପଥୀ ଯୋଗ ଦେଇଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ ମଶାରୀର ଯତ୍ନ, ତାହାକୁ ବ୍ୟବହାର କରିବା ଦ୍ୱାରା କେଉଁ କେଉଁ ରୋଗରୁ ଉପଶମ ମିଳିବ, ସଠିକ୍ ଭାବରେ ବ୍ୟବହାର, ଏହାର ସଦୁପଯୋଗ କରିବା ଦ୍ୱାରା ମେଲେରିଆ, ଡେଙ୍ଗୁ ଆଦି ରୋଗରୁ ମୁକ୍ତି ମିଳିଥାଏ ବୋଲି ଉପସ୍ଥିତ ଜନସାଧାରଣଙ୍କୁ ବୁଝାଇ ଥିଲେ।ଏହି କାର୍ଯ୍ୟକ୍ରମକୁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ମେଲେରିଆ ସୁପରଭାଇଜର ସାଇ କୁମାର ଲିମା ଓ ଗୋଷ୍ଠି କାର୍ଯ୍ୟକ୍ରମ ପରିଚାଳକ ବିଭୂପ୍ରସାଦ କର ପରିଚାଳନା କରିଥିବା ବେଳେ ଫାର୍ମାଶିଷ୍ଟ କୃଷ୍ଣଚନ୍ଦ୍ର ପଟ୍ଟନାୟକ, ସୁପରଭାଇଜର ଧନେଶ୍ୱର ରାଓଙ୍କ ସମେତ ଆଶା,ଅଙ୍ଗନାବାଡ଼ି କର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।