Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ ଛନ୍ଦି ହୋଇଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି।
ଦୁର୍ନୀତି ନିବାରଣ ବିଭାଗର ୩ ଜଣ ଭିଏସପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି, ସମ୍ବଲପୁରଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ସମ୍ବଲପୁର ଓ ବରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ସେଥିମଧ୍ୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କରେ ଥିବା ସରକାର କ୍ୱାର୍ଟର୍ସ, ସମ୍ବଲପୁର କାର୍ଯ୍ୟାଳୟ ଚାମ୍ବର, ସମ୍ବଲପୁରର ଅଇଁଠାପାଲିସ୍ଥିତ ତାଙ୍କର ତିନି ମହଲା କୋଠା, ସମ୍ବଲପୁର ବ୍ରିଜଧାମମ ହାଉସିଂ ସୋସାଇଟି, କାହ୍ନେୟା ବ୍ଲକରେ ସ୍ଥାନ ଫ୍ଲାଟ ନମ୍ବର ଜି-୫, ଓ ଜି-୬, ସମ୍ବଲପୁର ଫାର୍ମ ରୋଡ, ସିଟି ପ୍ରାଇଡ ଆପାର୍ଟମେଣ୍ଟ ବିଲଡିଂ ଫ୍ଲାଟ ନମ୍ବର ଏ-୪୦୬, ସମ୍ବଲପୁର-ଝିରସୁଗୁଡା ରାସ୍ତା ସମ୍ବଲପୁରର ମାଲିପାଲିରେ ଏକ ମହଲା ବିଶିଷ୍ଟ ବ୍ୟବସାୟିକ କୋଠା, ବରଗଡ଼ ଜିଲା ପଦ୍ମପୁରର ଥିବା ଏକ ମହଲା କୋଠା, ବରଗଡ଼ ଜିଲା ବିଜେପୁର ବଲଣ୍ଡା ଯୋଶୀଙ୍କ ପୈତୃକ ଘର ଅନ୍ତର୍ଭୁକ୍ତ। ଚଢ଼ାଉ ବେଳେ ପ୍ରାଥମିକ ପର୍ଯାୟରେ ଯୋଶୀଙ୍କ ସମ୍ବଲପୁରର ଡିଅର ପାର୍କସ୍ଥିତ ସରକାର କ୍ୱାର୍ଟର୍ସରୁ ନଗଦ ୧୪.୫ ଲକ୍ଷ ଟଙ୍କା ଜବତ କରାଯାଇଛି।