Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୮ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ମୋହନା: ଜଙ୍ଗଲ ମଝିରେ ପାହାଡ଼ ଉପରେ ଗଞ୍ଜେଇ ଚାଷ । ସୁରାକ ପାଇଲା ପୋଲିସ । ଅବକାରୀ ବିଭାଗର ସହଯୋଗରେ ମାରିଲା ରେଡ । ଚଢାଉ କରି ପ୍ରାୟ ୮ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ । ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପେଙ୍ଗାମ ଗାଁରେ ଏହି ଗଞ୍ଜେଇ ଗଛ ନଷ୍ଟ କରାଯାଇଛି ।

ଗାଁ ନିକଟସ୍ଥ ପାହାଡ଼ ଉପରେ ବେଆଇନ ଗଞ୍ଜେଇ ଚାଷ ହୋଇଥିବା ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ପରେ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ପ୍ରାୟ ୪୨ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ପୋଡ଼ି ନଷ୍ଟ କରିଛନ୍ତି । ଅଡବା ଓ ଆର.ଉଦୟଗିରି ଥାନା ଅଂଚଳରେ ଗଞ୍ଜେଇ ଚାଷ ମୂଳୋତ୍ପାଟନ ପରେ ଏବେ ପୁଣି ମୋହନା ଥାନା ଅଂଚଳରେ ଆରମ୍ଭ ହୋଇଛି ଏହି ଗ୍ରୀନ କ୍ଲିନ ଅଭିଯାନ । ଅଭିଯାନ ଆଗକୁ ଚାଲୁ ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l