Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ସରକାରୀ ବାଳକ ଉଚ୍ଚବିଦ୍ୟାଳୟରେ ବିଶ୍ଵ ମାନବାଧିକାର ଦିବସ ପାଳିତ

ବୀରମହାରାଜପୁର : (ସୌମିତ୍ରି ମେହେର ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ରେ ଆଜି ବିଶ୍ଵ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ମଙ୍ଗଳବାର ଏ ଅବସରରେ ତାଲୁକ୍ ଆଇନ ସେବା ସମିତି ଅଧ୍ୟକ୍ଷା ତଥା ସବ୍ ଜଜ୍ ସରୋଜିନୀ ସାହୁ , ଏସ ଡି ଜେ ଏମ ରାଜଶ୍ରୀ ପଟ୍ଟନାୟକ ,ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଶଙ୍କର୍ଷଣ ପଣ୍ଡା ପ୍ରମୁଖ ଅତିଥିଭାବେ ଯୋଗଦେଇ ଏ ଦିବସ ର ତାତ୍ପର୍ଯ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବୀରମହାରାଜପୁର ବ୍ଲକ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦୂପାଲି ଉଚ୍ଚ ବିଦ୍ୟାଳୟ ର ନନ୍ଦିନୀ ମେହେର – ପ୍ରଥମ , ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ର ଶୁଭମ୍ ମେହେର – ଦ୍ଵିତୀୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଲିପସା ମେହେର – ତୃତୀୟ ସ୍ଥାନ ଅଧିକାର କରିଥିଲେ । କୃତି ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନେ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ