Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚତୁର୍ଥ ଲୋକ ଅଦାଲତ ଅନୁଷ୍ଠିତ

ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚତୁର୍ଥ ଲୋକ ଅଦାଲତ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୬/୧୨(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏହି ବର୍ଷର ଚତୁର୍ଥ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ତଥା ଦୌରା ଜର୍ଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ପ୍ରାଧିକରଣ ସଚିବ ଶ୍ରୀ ବିମଳ ରାଉଳ ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନା ରେ ସହ‌ଯୋଗ ପ୍ରଦାନ କରିଥିଲେ। ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧୂନ ଥିବା ମାମଲାରେ ତ୍ବରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରାଯାଇ ଥିଲା । ଲୋକ ଅଦାଲତରେ ପରିବାର ଅଦାଲତ ଜର୍ଜ ଶ୍ରୀ ଅଶୋକ କୁମାର ପାହି, ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀ ପ୍ରଦୀପ କୁମାର ସାମଲ, ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ନରୋତ୍ତମ ସେଠୀ, ରେଜିଷ୍ଟ୍ର।ର, ସିଭିଲ କୋର୍ଟ, ଗଜପତି, ଶ୍ରୀ ପ୍ରସନ୍ନ କୁମାର ବେହେରା, ବରିଷ୍ଠ ଦେୱାନି ଅଧୂକାରିଣୀ, ମହିଳା କୋର୍ଟ, ଶ୍ରୀମତୀ ରଶ୍ମିତା ସାହୁ, ଉପଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ଶ୍ରୀ ସୁବାଶିଷ ପାଣି ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ସେହିପରି ଭାବେ ରା .ଉଦୟଗିରୀ କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସବ ଜର୍ଜ ଶ୍ରୀ ପୁଣ୍ୟଶ୍ଳୋକ ରଥ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ତରୁଣ କୁମାର ସେଠି, ମୋହନା କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରି ଶ୍ରୀ ଶୁଭଜିତ ବେହେରା ଓ କାଶିନଗର ଗ୍ରାମ୍ୟ ନ୍ୟାୟଳୟର ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ମୋନାଲିସା ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ଆୟୋଜିତ ଲୋକ ଅଦାଲତ ରେ ରାଜ୍ୟ ଆଇନ ସେବା ପ୍ରାଧକାରଣ ଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ । ଆୟୋଜିତ ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଓ ସମ୍ପାଦକଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମାର୍ର ସହଯୋଗ ପ୍ରଦାନ କରିଥିଲେ । ଏହି ଲୋକ ଅଦାଲତରେ ସମୁଦାୟ ୨୯୦୦ଟି କେସ କୁ ବିଚାର କୁ ନିଆ ଯାଇ ୧୬୧୮ ଟି ମାମଲାର ତ୍ବରିତ ସମାଧାନ କରାଯାଇ ଜରିମାନା ଆଦାୟ କରାଯାଇଥିଲା । ଏହି ଲୋକ ଅଦାଲତକୁ କୋର୍ଟ କର୍ମଚାରୀ ଓ ପ୍ରାଧୂକରଣର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସ‌ହ‌ଯୋଗ ପ୍ରଦାନ କରିଥିଲେ !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ