ଭୁବନେଶ୍ବର: ଆଜିର ଦିନ ଚଳିତବର୍ଷର ସବୁଠାରୁ ଛୋଟ ଦିନ । ଦିନ ଛୋଟ ହୋଇଥିବା ବେଳେ ରାତି ହେବ ଲମ୍ବା । ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।
ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏଁ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ । ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ । ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ । ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ ।