ଭୁବନେଶ୍ବର: ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଜିଠୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବର୍ଷା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିପରି ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୮ ତାରିଖ ବେଳକୁ ପଶ୍ଚିମା ଝଡ଼ ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭବନ କରିଛି ପାଣିପାଗ କେନ୍ଦ୍ର ।