Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା, କିଛି ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଏହି ପ୍ରକ୍ରିୟା ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ । ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଛାଡ଼ିଦେଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଗୋଟିଏ ଦୁଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ନବରଙ୍ଗଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି , ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ ।  ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଅଦିନିଆ ବର୍ଷା ଯୋଗୁଁ ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ବର୍ଷକର ଅମଳ ନଷ୍ଟ ହୋଇଯିବା ଯୋଗୁଁ ଚାଷୀ ଚିନ୍ତାରେ ପଡ଼ିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ