Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାତ୍ୟା ଆଶଙ୍କା; ସବୁ ବିଭାଗକୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମେ ମାସରେ ଗତ ୪ ବର୍ଷ ହେବ ଖରା ମାସରେ ଡରାଉଛି ବାତ୍ୟା ଭୟ। ୧୧ବେଳକୁ ବାତ୍ୟା ଆଶଙ୍କା ରହିଥିବା ଜଣାପଡ଼ିଛି। ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ତେବେ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳୁଛି । ବାତ୍ୟା ଆଶଙ୍କା କରି ଏବେଠୁ ସଜାଗ ହୋଇଛନ୍ତି ରାଜ୍ୟ ସରକାର। ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ କଣ କଣ ପ୍ରସ୍ତୁତି କରିଛନ୍ତି ସେ ନେଇ ମଧ୍ୟ ସୂଚନା ଦେଇଛନ୍ତି ।

ଆଗକୁ ବାତ୍ୟା ଆଶଙ୍କା ରହିଥିବାରୁ ଏଥିପାଇଁ ଜନସାଧାରଣଙ୍କୁ ଭୟଭୀତ ନହେବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନ। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଗୁଆ ସମୀକ୍ଷା କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଯଦି ଲଘୁଚାପ ବାତ୍ୟାର ରୂପ ନିଏ ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନ୍‌। ଏଥିପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ