Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରବଳ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି ବି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା। କାଳବୈଶାଖୀ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସହିତ ୩୦କିମି ପବନ ବହିବା ସମ୍ଭାବନା ରହିଥିବା କହିଛି ପାଣିପାଗ କେନ୍ଦ୍ର।

ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ୬ ତାରିଖ ଯାଏ ବର୍ଷା ଲାଗି ରହିପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ସୂଚନା ଅନୁଯାୟୀ ଆସନ୍ତା ୬ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ୪୮ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ସେନେଇ ସ୍ପଷ୍ଟ ହୋଇନି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ