Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମ୍ଭାବ୍ୟ ବାତ୍ୟା ନେଇ ଆଜି ବସିବ ବିଏମ୍‌ସିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆସନ୍ତା ୧୧ ତାରିଖ ବେଳକୁ ବାତ୍ୟାର ରୂପ ନେଇପାରେ ଲଘୁଚାପ। ତେବେ ଏହାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବାତ୍ୟାକୁ ନେଇ ବିଏମ୍‌ସିର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ବିଏମସିର ଉଚ୍ଚ ପଦାଧିକାରୀ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ଅଛନ୍ତି ସମସ୍ତ ଅଫିସର। ଗତକାଲି ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ।

୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଲଘୁଚାପର ରୂପ ନେବ । ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ