Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ପିଟିପିଟି ମାରିଦେଲେ

କଟକ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ପିଟିପିଟି ହତ୍ୟା । କଟକ ଜିଲ୍ଲା ବାଙ୍କୀ ଥାନା ରତାଗଡ଼ ଗାଁରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ସେହି ଗାଁର ସୁମନ୍ତ କୁମାର ସାହୁ ।

ବଡବନ୍ଧିଆଣି ଠାକୁରାଣୀଙ୍କ ପୀଠରେ ମକରମେଳା ଦେଖି ଘରକୁ ଫେରୁଥିବାବେଳେ ସଂଘବଦ୍ଧ ଆକ୍ରମଣ ହୋଇଥିଲା । ଗାଁର କିଛି ଯୁବକ ରାସ୍ତାରେ ଅଟକାଇ ତାଙ୍କୁ ଠେଙ୍ଗାରେ ଅତର୍କିତ ଭାବରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ଘଟିଛି । ଏନେଇ ମୃତକଙ୍କ ପରିବାର ପକ୍ଷରୁ ବାଙ୍କୀ ଥାନାରେ ଏତଲା ଦିଆଯାଇଛି । ଏତଲା ଆଧାରରେ ବାଙ୍କୀ ପୋଲିସ ୬ ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ତନାଘନା ଚଳାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories