Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁରକ୍ଷାକର୍ମୀଙ୍କ ୧୦ ମାଓବାଦୀ ନିହତ

ଛତିଶଗଡ଼: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ନୂଆପଡ଼ା ଓ ଛତିଶଗଡ଼ର ଗରିଆବନ୍ଧ ସୀମାରେ ଏନକାଉଣ୍ଟର । ମୃତକଙ୍କ ମଧ୍ୟରେ ୨ ମହିଳା ମାଓବାଦୀ କ୍ୟାଡର ଥିବା ସୂଚନା ରହିଛି । ଓଡିଶା, ଛତିଶଗଡ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ମିଳିତ ଅପରେସନରେ ମିଳିଛି ବଡ଼ ସଫଳତା ।

ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ଜବତ ହୋଇଛି । ଗରିଆବନ୍ଧରେ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ । ଗତ ୧୯ ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫  କିମି ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ମିଳିଥିଲା । ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି କମ୍ବିଂ ଅପରେସନ୍ ଜାରି ରଖିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ