Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଓଡ଼ିଶା ଆସୁଛନ୍ତି ମହାମହିମ; ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟିରେ ପାଦ ଦେବେ ମହାମହିମ। ୩ଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ । ସେଥିପାଇଁ ସଜେଇ ହୋଇଛି ମହାମହିମଙ୍କ ଜନ୍ମମାଟି।

ସକାଳ ୧୦ଟା ୧୫ ମିନିଟରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ଶାଶୂଘର ଗାଁ ପାହାଡ଼ପୁର ଗସ୍ତ କରିବେ । ସେଠାରେ ସ୍ବର୍ଗତଃ ଶ୍ୟାମ ଚରଣ ମୁର୍ମୁଙ୍କୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ନାବାର୍ଡ ପକ୍ଷରୁ ଏସଏଲଏସ ଟ୍ରଷ୍ଟ ସ୍କୁଲ ପାଇଁ ନିର୍ମିତ ହେବାକୁ ଥିବା କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୁଲିସ ପ୍ରଶାସନ ପକ୍ଷରୁ ୫୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ