Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁଣି ବଢିଲା ସୁନା ଦର

ଭୁବନେଶ୍ବର: ଗୋଟିଏ ପଟେ ବିବାହ ଋତୁ ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ଗ୍ରାହକଙ୍କୁ ଲାଗିଛି ଝଟ୍‌କା। ପୁଣି ବଢିଲା ସୁନା ଦର।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୫, ୯୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୪୦ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନାର ମୂଲ୍ୟ ୫୬,୫୦୦ ଟଙ୍କା ଏବଂ  ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୬୪୦ ଟଙ୍କା ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍  ସୁନାର ମୂଲ୍ୟ ୫୬,୫୦୦ ଟଙ୍କା ଓ ୨୪ କ୍ୟାରେଟ୍ ମୂଲ୍ୟ  ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ସୁନା ଦର ଯଥାକ୍ରମେ ୫୨,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories