Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗହିରମଥା ଓ ଭିତରକନିକାରେ ଡଲଫିନ ଗଣନା

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକାରେ ଡଲଫିନ ଗଣନା ଆରମ୍ଭ । ୩ ଦିନ ଧରି ଚାଲିବ ଗଣନା । ସାମିଲ ହୋଇଛନ୍ତି ୯ଟି ଟିମ୍ । ପ୍ରତି ଟିମରେ ୪ରୁ ୫ଜଣ ଗଣନାକାରୀ ସାମିଲ୍ ଅଛନ୍ତି । ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏଁ ଏବଂ ଭିତରକନିକା ମଧ୍ୟରେ ଥିବା ନଦୀ ନାଳରେ ଡଲଫିନ ଗଣନା କରାଯାଉଛି ।

ଗଣନା କାର୍ଯ୍ୟରେ ବାଇନାକୁଲାର, ଜିପିଏସ, କ୍ୟାମେରା, ହ୍ୟାଣ୍ଡିକ୍ୟାମ ବ୍ୟବହାର କରାଯାଉଛି । ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ । ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ନିଷ୍ପତ୍ତି କ୍ରମେ ୨୦୧୫ରୁ ଗହୀରମଥା ଓ ଭିତରକନିକା ଅଞ୍ଚଳରେ ଡଲଫିନ ଗଣନା କରାଯାଉଛି । ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ଅଧିକ ଡଲଫିନ ଗଣନା କରାଯିବା ନେଇ ସୂଚନା ମିଳିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories