Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଇ-କେଓ୍ବାଇସି ସମୟ ସୀମା

ଭୁବନେଶ୍ବର: ଆଜି ସରୁଥିଲା ରାସନକାର୍ଡ ହିତାଧିକାରୀଙ୍କ ଇ-କେଓ୍ବାଇସି କରିବା ସମୟ ସୀମା । ଯାହାକୁ ରାଜ୍ୟ ସରକାର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି । ଏବେ ହିତାଧିକାରୀ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ସେମାନଙ୍କ ଇ-କେଓ୍ବାଇସି କରିପାରିବେ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗତକାଲି ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯ ଲକ୍ଷ ହିତାଧିକାରୀ ଇ-କେୱାଇସି ଅପଡେଟ କରି ନାହାନ୍ତି । ୨୯ ତାରିଖ ସୁଦ୍ଧା ୨ କୋଟି ୯୬ ଲକ୍ଷ ୯୭ ହଜାର ୩୩୨ ଜଣ ଇ-କେୱାଇସି ଅପଡେଟ୍ କରିଛନ୍ତି । ରାଜ୍ୟ ବାହାରେ ରହୁଥିବା ୧ ଲକ୍ଷ ୩୨ ହଜାର ୩୭୮ ଜଣ ଇ-କେୱାଇସି ଅପଡେଟ କରିଛନ୍ତି । ଜାନୁଆରୀ ୨୯ ତାରିଖ ସୁଦ୍ଧା ମୋଟ୍ ୩୮ ଲକ୍ଷ ୩ ହଜାର ୨୩୮ ଜଣ ଇ-କେୱାଇସି ଅପଡେଟ୍ କରି ନଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories