ପୁରୀ: ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ । ମୁଣ୍ଡଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧା ବିଗ୍ରହ। ମାଘମାସ ଶୁକ୍ଳପକ୍ଷ ପ୍ରତିପଦାଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ପରମ୍ପରା ଅନୁଯାଇ ଗତକାଲି ରାତିରେ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହୋଇଛନ୍ତି ।
ଆଜି ଅବକାଶ ନୀତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ପଦ୍ମବେଶକୁ ଭକ୍ତମାନେ ଦେଖିବାର ସୁଯୋଗ ପାଇବେ । ବଡଛତା ମଠ ପକ୍ଷରୁ ଯୋଗାଇଥିବା ପଦ୍ମ ବେଶରେ ବଡ଼ସିଂହାର ବେଶ ଅନୁଷ୍ଠିତ ହେବ ଓ ମଠ ତରଫରୁ ଖିରୀ, ଅମାଲୁ ଭୋଗ କରାଯାଇ ଶ୍ରୀଜୀଉଙ୍କର ରାତ୍ର ପହୁଡ଼ ହେବ । ଏହି ବେଶ ପାଇଁ କାରିଗରମାନେ ପୂର୍ବରୁ ପ୍ରସ୍ତୁତ କରି ରଖିଥିବା ବେଶ ସାମଗ୍ରୀ ଯୋଗାଇ ଦେଇଛନ୍ତି ।