ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଶୁଣାଣି ଶିବିରରେ ଚାରି ଗୋଟି ଦିବ୍ୟାଙ୍ଗ ଦମ୍ପତ୍ତି ଙ୍କୁ 2 ଲକ୍ଷ 50 ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ଅର୍ଥ ରାଶି ପ୍ରଦାନ


ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୮ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ଦାସ , ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ପ୍ରଦତ୍ତ ବିବାହ ପ୍ରୋତ୍ସାହନ ସହାୟତା ଅର୍ଥରାଶି ପ୍ରତ୍ୟେକ ଦମ୍ପତିଙ୍କୁ ୨ଲକ୍ଷ ୫୦ ହଜାର ଟଙ୍କାର ଡେମୋ ଚେକ୍ ବୀରମହାରାଜପୁର ବ୍ଲକ ସଂଗ୍ରାମପୁରର ସୋମନାଥ ପ୍ରଧାନ ଓ ଆନନ୍ଦିନୀ ପ୍ରଧାନ , ଦୁହୁଲପାଲି ନିବାସୀ ବୀରେନ୍ଦ୍ର ପ୍ରଧାନ ଓ ଦୁବ ସାହୁ , ଚମ୍ପାମାଲ ଗ୍ରାମର ଆନନ୍ଦିନୀ ବାଘ ଓ ମନୋଜ କୁମାର ବୁଡ଼େକ , ଏବଂ ସୁଜାତା ପଧାନ ଓ ଦିବ୍ୟନ ସାହୁ ପ୍ରଭୁତି ଚାରି ଗୋଟି ଦିବ୍ୟାଙ୍ଗ ଦମ୍ପତିଙ୍କୁ ଡେମୋଚେକ୍ ପ୍ରଦାନ କରିଥିଲେ । ଏହି ପ୍ରୋତ୍ସାହନ ଅର୍ଥରାଶି ହିତାଧିକାରୀଙ୍କ ସମ୍ପୃକ୍ତ ବ୍ୟାଙ୍କ ସଂଚୟ ଖାତାକୁ ଅନଲାଇନ ପେମେଣ୍ଟ ଜରିଆରେ ପ୍ରଦାନ କରାଯାଇଛି । ବିଡିଓ ବୀରମହାରାଜପୁର ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେରଙ୍କ ସମେତ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା , ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।