ବୀରମହାରାଜପୁର କଲ୍ୟାଣ ମଣ୍ଡପ ରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ


ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲା ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ଡାକ୍ତରଖାନା ର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସଞ୍ଜୟ ମହାପାତ୍ର ଯୋଗଦେଇ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ବୀରମହାରାଜପୁର ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼କ୍ଟର ହିମାଂଶୁ ଶେଖର ପାଢ଼ୀ , ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଆଶୁତୋଷ ହୋତା , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ ବିଶ୍ୱାଳ ,ଏ ବି ଡ଼ି ଓ ପୁରୁଷୋତ୍ତ ଧରୁଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଥିଲେ I ରାଜ୍ୟ ଏକ୍ସନ ଏଡ଼ ର କୋଡିନେଟର ଘାସିରାମ ପଣ୍ଡା , ଜିଲ୍ଲା ଜୁଭିନାଇଲ ଜଷ୍ଟିସ ବୋର୍ଡ ମେମ୍ବର ଆଇନଜୀବୀ ରଂଜିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ I ଅତିଥି ମାନେ ଉପସ୍ଥିତ ଥିବା ସଦସ୍ୟ, ସଦସ୍ୟା, ଆଶା କର୍ମୀ , ଅଙ୍ଗନୱାଡି କର୍ମୀ, କଲେଜ ଛାତ୍ରୀ ମାନଙ୍କୁ ନିଜ ନିଜର ବକ୍ତବ୍ୟ ମାଧ୍ୟମରେ ସଚେତନ କରିଥିଲେ l ପ୍ରୋଗ୍ରାମ ଅଫିସର ଅନିତା ଗୁରୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l ବୀରମହାରାଜପୁର ସି ଡ଼ି ପି ଓ ମଞ୍ଜୁଲତା ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ, ସଂଜୀବ କୁମାର ମିଶ୍ର , ପ୍ରତାପ ପଧାନ , ଅକ୍ଷୟ କୁମାର ସିଂହ , ବିକାଶ ପଣ୍ଡା , ଶାନ୍ତନୁ କୁମାର ମେହେର , ରଶ୍ମିତା ଷଡ଼ଙ୍ଗୀ , ପ୍ରଦୀପ ଦାଶ , ଲିଙ୍ଗରାଜ ବିଶି , ମନୋଜ ରାଜହଂସ ପ୍ରମୁଖ ସହଯୋଗ କରିଥିଲେ l

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।