Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏଣିକି ପୁଅ ଜନ୍ମ ହେଲେ ୧୦ ହଜାର, ଝିଅ ପାଇଁ ୧୨ ହଜାର

ଭୁବନେଶ୍ୱର: ଏଣିକି ପୁଅ ଜନ୍ମ ହେଲେ ୧୦ ହଜାର, ଝିଅ ପାଇଁ ୧୨ ହଜାର ମିଳିବ। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ ହେବ। ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଯାହାପରେ ଏଣିକି କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ ହେଲେ ୧୦ ହଜାର ଟଙ୍କା ଦିଆଯିବ। ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ସେହିପରି ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୫୦ ଟଙ୍କା ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ଏଣିକି ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ