କୁଞ୍ଜାପାଲି ଆଶ୍ରମ ସ୍କୁଲ ରେ ବାର୍ଷିକ ଉତ୍ସବ ପାଳିତ


ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର କୁଞ୍ଜାପାଲି ଆଶ୍ରମ ସ୍କୁଲ ର ବାର୍ଷିକ ଉତ୍ସବ ବୁଧୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମ ସ୍କୁଲ ର ଏହି ବାର୍ଷିକ ଉତ୍ସବ ସଭା ରେ ସ୍କୁଲ ର ପ୍ରଧାନ ଶିକ୍ଷକ ଶୁଭ୍ରାଂଶୁ ଶେଖର ପଣ୍ଡା ଅଧ୍ୟକ୍ଷତା କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ମନ ଦେଇ ପାଠ ପଢିବାକୁ ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବୀରମହାରାଜପୁର ମଙ୍ଗଳ ସଂପ୍ରସାରଣ ଅଧିକାରିଣୀ ଅଞ୍ଜୁଲତା ମିଶ୍ର, ଦୁର୍ଜନତୈଲା କ୍ଲଷ୍ଟର ର ସିଆରସିସି ଅଶୋକ କୁମାର ଲୁହା ଓ ସ୍କୁଲ ପରିଚାଳନା କମିଟିର ସଭାପତି ପ୍ରଭାତୀ ବଗର୍ତ୍ତୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଶିକ୍ଷକ ନବ କୁମାର ପୋଥଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସ୍କୁଲ ର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା। ଏହି ଆବସର ରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଦିବ୍ୟ ଭଗବାନ ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ଶୁଭ୍ରାଂଶୁ ଶେଖର ପଣ୍ଡା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ଛାତ୍ରୀ ସୁନିତା କାଣ୍ଡାକୁର ଓ କ୍ରିଷ୍ଣାରାଣୀ ନାଏକ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସର ରେ ପୂର୍ବରୁ ହୋଇଥିବା ବାର୍ଷିକ କ୍ରୀଡା ସମେତ ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ଚଳିତ ଶିକ୍ଷାବର୍ଷ ପାଇଁ ମାଏନା ପୂର୍ତ୍ତି ଙ୍କୁ ଶ୍ରେଷ୍ଠ ଛାତ୍ରୀ ରିତେଶ ଧନୱାର ଙ୍କୁ ଶ୍ରେଷ୍ଠ ଶୃଙ୍ଖଳିତ ଛାତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକ ମାନସ କଲେତ , ସୁନିତା କର୍ମୀ , ଶତାବ୍ଦୀ ସ୍ମରଣିକା ପୁରସ୍କାର ବିତରଣୀ ରେ ସହଯୋଗ କରିଥିଲେ। ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି ଅବସର ରେ ସ୍କୁଲ ର ସମସ୍ତ ଛାତ୍ରୀଛାତ୍ର, ଶିକ୍ଷୟତ୍ରୀ, ଶିକ୍ଷକ, ଅଭିଭାବକ ଓ ପରିଚାଳନା କମିଟିର ସଦସ୍ୟ , ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।