Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କମର୍ଦ୍ଧା କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

କଳାହାଣ୍ଡି, ୧୪/୦୨-ଲାଞ୍ଜିଗଡ ବ୍ଲକ କମର୍ଦ୍ଧା କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା କମର୍ଦ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। କମର୍ଦ୍ଧା କ୍ଳଷ୍ଟର ସଂଯୋଜକ ପ୍ରକାଶ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭାରତ ଭୂଷଣ ସାହୁ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁଶୀଳା ନାଏକ, ନାଏବ ସରପଞ୍ଚ ପିତାମ୍ବର ପୁଟେଲ, ବରିଷ୍ଠ ଶିକ୍ଷୟିତ୍ରୀ ଅର୍ଚ୍ଚନା ମିଶ୍ର, ସମାଜସେବୀ ଭଗବାନ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଶିକ୍ଷକ ଲଳିତ ମୋହନ ଭୋଇ ଓ ବିଭୁତିଭୂଷଣ ତାଣ୍ଡି କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଏହି ଅବସରରେ କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ସ୍କୁଲର ପ୍ରଥମରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ, ଅଭିଭାବକ ଯୋଗ ଦେଇ ଏହି ଅଭିନବ କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବେ ସାମିଲ ହୋଇଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ