Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଚିଣ୍ଡା କଲେଜ ଠାରେ ବିଜ୍ଞାନ ବିଭାଗର ବାର୍ଷିକ ଉତ୍ସବ ପାଳିତ

ସମ୍ବଲପୁର: କୁଚିଣ୍ଡା ମହାବିଦ୍ୟାଳୟ ରେ ବିଜ୍ଞାନ ବିଭାଗ ତରଫରୁ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। କୁଚିଣ୍ଡା ମହାବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରୀ ସୁଚିତ୍ରା ମିଶ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ପ୍ରଥମେ ଜଗତ ର ନାଥ ଜଗନ୍ନାଥ ଓ ମା ସମଲେଶ୍ୱରୀ ଙ୍କ ତୈଳ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।ଏହା ପରେ ବିଜ୍ଞାନ ବିଭାଗ ଅଧ୍ୟାପକ ନିର୍ମଲ ଉର୍ମା ଅତିଥି ମାନଙ୍କୁ ପରିଚୟ ପ୍ରଦାନ ସହିତ ଅତିଥି ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଜ୍ଞାନ ବିଭାଗ ଅଧ୍ୟାପିକା ସୁଷମା କର ମହାବିଦ୍ୟାଳୟ ବିଜ୍ଞାନ ବିଭାଗର ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ଼ଃ ନବ ବିହାରି ପ୍ରଧାନ ଯୋଗଦେଇ ବିଜ୍ଞାନର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ବକ୍ତା ଭାବେ ବିଜ୍ଞାନ ବିଭାଗ ପ୍ରାଧ୍ୟାପକ ପ୍ରମୋଦ ଦାସ ଯୋଗଦେଇ ବିଜ୍ଞାନ ବିଷୟରେ ଅଧିକ ଜ୍ଞାନ ପ୍ରଦାନ କରିଥିଲେ।ଆଲୁମିନି ସଭାପତି ପ୍ରଫୁଲ୍ଲ ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ରେ ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥିଲେ।ବିଜ୍ଞାନ ବିଭାଗ ତରଫରୁ ବିଭିନ୍ନ ପ୍ରକାର ବାର୍ଷିକ ପ୍ରତିଯୋଗିତା ରେ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ଉପଭୋଗ କରିଥିଲେ।ପରେ ବିଭାଗିୟ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପିକା ରିତୁ ପ୍ରିୟା ନାଏକ ମଞ୍ଚ ପରିଚାଳନା କରିଥିବାବେଳେ ଶେଷରେ ଅଧ୍ୟାପକ ପରମଜିତ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ