Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆଗଡ ବ୍ଲକ କିରମା ଗ୍ରାମ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୭/୨(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କିରାମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୀରାମ ଗ୍ରାମ ପଞ୍ଚାୟତ ସମେତ ପାରିମଲା, ଅନୁଙ୍ଗୁରୁ ଓ ସମ୍ବଲପୁର ପଞ୍ଚାୟତର ସମୁଦାୟ ମୋଟ- ୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଓ ୦୪ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥଲା ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର ,ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories