Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଏହି ୫ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚି ରହିବେ । ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ଦର୍ଶନ ଆରମ୍ଭ ହେବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ