Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁଡିସିଆଲ ଏକାଡେମୀ ପରିସରରେ ଜାତୀୟ ସମ୍ମିଳନୀରେ ଯୋଗ ଦେଲେ ସିଜେଆଇ

କଟକ: ଗତକାଲି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମ୍‌ କୋର୍ଟ ମୁଖ୍ୟ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡ଼। ଗତକାଲି ଓଡ଼ିଶା ପହଞ୍ଚିବା ପରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ସିଜେଆଇ।

ଆଜି କଟକସ୍ଥିତ ହାଇକୋର୍ଟ ଆନୁକୂଲ୍ୟରେ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରରେ ଡିଜିଟାଇଜେସନ, ପେପର୍ ଲେସ୍ କୋର୍ଟ ଓ ଇ-ଇନିସିଏଟିଭ୍ ଶୀର୍ଷକ ଜାତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି ସିଜେଆଇ । ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡଙ୍କ ସହ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ରାଜେଶ ବିନ୍ଦାଲ ପ୍ରମୁଖ ଅତିଥି ଯୋଗ ଦେଇଛନ୍ତି ।

ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟର ହାଇକୋର୍ଟ ବିଚାରପତି ମଧ୍ୟ ସାମିଲ ହୋଇଛନ୍ତି । ଡିଜିଟାଇଜେସନ ଓ ପେପର ଲେସ୍ କୋର୍ଟକୁ କାର୍ଯ୍ୟକାରି କରିବାରେ ଓଡ଼ିଶା ବେଶ୍‌ ଆଗରେ ରହିଛି । ଏ ସଂପର୍କରେ ଦୁଇ ଦିନରେ ବିସ୍ତୃତ ଭାବେ ଆଲୋଚନା କରାଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ