Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଖାଇକୁ ଖସିଲା ଯାତ୍ରୀବାହୀ ବସ୍

ଶ୍ରୀନଗର: ଜମ୍ମୁର କଟରାରୁ ଦିଲ୍ଲୀ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଅମ୍ପଫଲ୍ଲା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ବସଟି କୌଣସି କାରଣବଶତଃ ନିୟନ୍ତ୍ରଣ ହରାଇବାରୁ ଖାଇକୁ ଖସିପଡ଼ିଥିଲା। ଖବର ପାଇ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଏହି ଦୁର୍ଘଟଣାରେ ୧୭ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଡ୍ରାଇଭରର ଜୀବନ ଯାଇଥିବା କୁହାଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ