ରାମ ଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଅଯୋଧ୍ୟା: ଅଯୋଧ୍ୟା ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରିବାର ସହ ଯାଇ ରାମଲାଲାଙ୍କ ଦର୍ଶନ କରିଛନ୍ତି । ମନ୍ଦିରରେ ଆଳତି କରିବା ସହ ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଭୁଙ୍କୁ ଦର୍ଶନ କରିବାର ତାଙ୍କୁ ସୌଭାଗ୍ୟ ମିଳିଛି । ଗତକାଲି ମହାକୁମ୍ଭରେ ବୁଡ଼ ପକାଇଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଅଯୋଧ୍ୟା ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି । ଆଗାମୀ ଦିନରେ ଅଯୋଧ୍ୟାରେ ଓଡ଼ିଶା ଭବନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ଜମି ଯୋଗାଇ ଦେବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସେ ଅନୁରୋଧ କରିବେ ବୋଲି କହିଛନ୍ତି ।