Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ ଅର୍ଥ ହଡ଼ପ ପଡ଼ିଲା ମହଙ୍ଗା, ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ୍ ଦଣ୍ଡ

କନ୍ଧମାଳ: ସରକାରୀ ଟଙ୍କା ହଡପ କରିବା ପ୍ରଧାନଶିକ୍ଷକଙ୍କୁ ପଡିଲା ମହଙ୍ଗା । ଅର୍ଥ ହଡପ ଅଭିଯୋଗରେ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ । ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଣେ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ।

ଅଭିଯୁକ୍ତ ଜଣକ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତର କାନ୍ଦ୍ରା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ତପନ କୁମାର କହଁର । ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ସରକାରୀ ଅନୁଦାନ ଆସିଥିଲା । ଅଭିଯୁକ୍ତ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ନକରି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା । ମାମଲାର ଶୁଣାଣି କରି ଫୁଲବାଣୀ ଭିଜିଲାନ୍ସ ଅଦାଲତ ଏହି ରାୟ ଶୁଣାଇଛନ୍ତି । ମାମଲାର ଅନ୍ୟ ଦୁଇ ଅଭିଯୁକ୍ତ ପୁରନ୍ଦର ଦେହୁରୀ ଏବଂ ସାରସ୍ବତ ମଲିକଙ୍କୁ ଅଦାଲତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ