Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୪/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ,ମାନ୍ୟବର ସାଂସଦ ବ୍ରହ୍ମପୁର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ,ଅଧ୍ୟକ୍ଷ,ଜିଲ୍ଲା ପରିଷଦ ଗଜପତି, ଶ୍ରୀ ଦାଶରଥି ଗମାଙ୍ଗ, ମାନ୍ୟବର ବିଧାୟକ ମୋହନା, ଶ୍ରୀ ରୁପେଶ ପାଣିଗ୍ରାହୀମାନ୍ୟବର ବିଧାୟକ ପାରଳାଖେମୁଣ୍ଡି, ଶ୍ରୀ ବିଜୟ କୁମାର ଦାଶ,ଜିଲ୍ଲାପାଳ, ଗଜପତି , ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ପ୍ରମୁଖ ମଞ୍ଚାସିନ ରହିଥିଲେ।ଏହା ସହିତ ବୈଠକରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି, ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ,ଅଧ୍ୟକ୍ଷା ,ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ଓ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଥମେ ଜିଲ୍ଲାପାଳ , ଗଜପତି ଦିଶା କମିଟି ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ବ ଦେଇ ଜନ ପ୍ରତିନିଧି ଏବଂ ସଭ୍ୟ ସଭ୍ୟା, ଅଧ୍ୟକ୍ଷ ଅଧ୍ୟକ୍ଷାଙ୍କ ଉପସ୍ଥାପିତ ବିଭିନ୍ନ ପ୍ରଶ୍ନର ଅଭିଯୋଗ ଉପରେ ସଠିକ୍ ମତ ରଖିବାକୁ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ।
ମାନ୍ୟବର ସାଂସଦ ବ୍ରହ୍ମପୁର କହିଥିଲେ ଯେ କେନ୍ଦ୍ରୀୟ ଅନୁଦାନ ଓ ଖର୍ଚ୍ଚ ର ମୂଲ୍ୟାଙ୍କନ, ବିଭିନ୍ନ ଯୋଜନାର ସଫଳତା ଲକ୍ଷ୍ୟ ଧାର୍ଯ୍ୟ ଓ ତର୍ଜମା ଉପରେ ଆଲୋଚନା କରିବାପାଇଁ କହିବା ସହ ବିଷୟ ବସ୍ତୁ ଅନୁଯାଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା ।ଏହି ବୈଠକରେ କେନ୍ଦ୍ରୀୟ ଯୋଜନାର ମନରେଗା, ଦିନ ଦୟାଲ ଅନ୍ତୋଦୟ ଯୋଜନା, ଗ୍ରାମୀଣ କୌଶଳ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା( ଗ୍ରାମୀଣ ଓ ସହର), ସ୍ବଚ୍ଛ ଭାରତ ମିଶନ ,ଜାତୀୟ ପାନୀୟ ଜଳ ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା, ଦିନ୍ ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନା, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ମହିଳା ଓ ଶିଶୁ ବିକାଶ ଯୋଜନା, ମଧ୍ୟାହ୍ନ ଭୋଜନ, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଲା ଯୋଜନା, କୃଷି, ସ୍ବାସ୍ଥ୍ୟ କାର୍ଡ, କୌଶଳ ବିକାଶ ଯୋଜନା,ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ପ୍ରଧାନ ମନ୍ତ୍ରୀ ଆୟୁଷ ମାନ ଯୋଜନା, ଟେଲିକମ ସମେତ ଅନ୍ୟ ଯୋଜନା ଗୁଡିକୁ ଜିଲ୍ଲା ସ୍ତରରେ ବିଭିନ୍ନ ବିଭାଗ ଦ୍ଵାରା କରାଯାଉଥିବା ଯୋଜନାରେ ଲାଭ ପାଉଥିବା ହିତାଧିକାରୀ, ଯୋଜନାର ଅଗ୍ରଗତି
,ସଫଳତା, ଲକ୍ଷ୍ୟ ଧାର୍ଯ୍ୟ ପୂରଣ ଉପରେ ସମୀକ୍ଷା କରିବା ସହ ଜିଲ୍ଲାରେ ଏହି ସମସ୍ତ ଯୋଜନା ର ସଫଳତା ହାସଲ ପାଇଁ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ,ସରପଞ୍ଚ ଓ ଜନ ପ୍ରତିନିଧି ନିଜ ଅଞ୍ଚଳର ବିକାଶ ପାଇଁ ଆଗଭର ହୋଇ ବିଭାଗୀୟ ଅଧିକାରୀଙ୍କ ସହିତ ମିଳିତ ଭାବରେ କାର୍ଯ୍ୟ କରିବା ପାଇଁ କହିଥିଲେ। ସେହିପରି ଦୁର୍ଗମ ଅଞ୍ଚଳ ରେ ମୋବାଇଲ ଓ ଟାୱାର ନିର୍ମାଣ କରିବା ,କ୍ଷୁଦ୍ର ଜଳ ସେଚନ, ପୋଷଣଯୋଜନା,ବିଦ୍ୟୁତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ଗଜପତି ର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଅନୁଦାନ ଅର୍ଥର ସଠିକ୍ ବିନିଯୋଗ କରି ଜିଲ୍ଲାର ଲୋକଙ୍କ ସର୍ବନିମ୍ନ ଆବଶ୍ୟକତା କୁ ଅଗ୍ରାଧିକାର ଦେଇ ସମସ୍ତେ ଚେଷ୍ଟା ସହ ଆନ୍ତରିକ ଉଦ୍ୟମ କଲେ ଏହି ସବୁ ଯୋଜନା ର ହିତାଧିକାରୀ ମାନେ ନିଶ୍ଚୟ ସଫଳତା ପାଇପାରିବେ ବୋଲି ବୈଠକରେ ଆଲୋଚନା କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories